ବସନ୍ତ ପଞ୍ଚମୀରେ ମହାପ୍ରଭୁଙ୍କୁ ପାଖାପାଖି ୫ କେଜି ସୁନା ଅଳଙ୍କାର ଦାନ କଲେ ଦାତା

PURI GLOD

ପୁରୀ: ପବିତ୍ର ବସନ୍ତ ପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଜଣେ ଦାତା ସୁବର୍ଣ୍ଣ ଅଳଙ୍କାର ଦାନ କରିଛନ୍ତି । ସୁବର୍ଣ୍ଣ ଅଳଙ୍କାର ମଧ୍ୟରେ ରହିଛି ବଡ଼ଠାକୁର ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ ଏବଂ ଦୁଇଟି ଝୋବା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୩ଟି ଶ୍ରୀମୁଖ ପଦ୍ମ ଏବଂ ଦୁଇଟି ଝୋବା । ମା’ ଶୁଭଦ୍ରାଙ୍କ ଦୁଇଟି ତଡ଼କି ଏବଂ ଦୁଇଟି ଝୋବା । ଏସବୁ ଅଳଙ୍କାରରେ ସମୁଦାୟ ୪ କେଜି ୮୫୮ ଗ୍ରାମ୍‌ ସୁନା ଏବଂ ୩ କେଜି ୮୮୬ ଗ୍ରାମ୍‌ ରୂପା ବ୍ୟବହାର ହୋଇଛି ।

ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ କାର୍ଯ୍ୟାଳୟଠାରେ ମୁଖ୍ୟ ପ୍ରଶାସକ ଡଃ. କ୍ରିଷନ୍‌ କୁମାରଙ୍କୁ ଭେଟି ଦାତାଙ୍କ ପ୍ରତିନିଧି ଏହି ଦାନ କରିଛନ୍ତି । ଏହି ଅବସରରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର, ମାଧବ ଚନ୍ଦ୍ର ମାହାପାତ୍ର, ମାଧବ ପୂଜାପଣ୍ଡା ସାମନ୍ତ, ତଳୁଚ୍ଛ ନୀଳକଣ୍ଠ ମହାପାତ୍ର, ଅନନ୍ତ ତିଆଡ଼ି ଏବଂ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ରଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କ ବିଭିନ୍ନ ବେଶ ସମୟରେ ଏହି ଅଳଙ୍କାର ବ୍ୟବହାର ହେବ ।

Leave a Reply