ବିଜୁବାବୁଙ୍କ ୧୦୫ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ ହେବ ବିଶାଳ ସାଇକେଲ ଶୋଭାଯାତ୍ରା

1 min read
BJCD To Host Cycle Rally On Occasion Of Biju Babu's 105th Jayanti

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ୍ ଯାତ୍ରାର ଆୟୋଜନ କରାଯାଉଛି ।

ଏହି ଶୋଭାଯାତ୍ରାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ମାନ୍ୟବାର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏହି ସାଇକେଲ୍ ଶୋଭାଯାତ୍ରାରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶୱାର ପର୍ଯ୍ୟନ୍ତ ୪୫୦୦ ମାଇଲ୍ସ ଦୁଃସାହସିକ ସାଇକେଲ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ ।

BJCD To Host Cycle Rally On Occasion Of Biju Babu's 105th Jayanti

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତାକୁ ଆଗେଇ ନେବା ପାଇଁ ଓଡ଼ିଶାର ପ୍ରତ୍ୟେକ ଯୁବ ଛାତ୍ରଙ୍କ ପ୍ରେରଣାର ଉତ୍ସ, ସାହସର ସ୍ତମ୍ଭ ବିଜୁବାବୁଙ୍କ ୨୪ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ମାର୍ଚ୍ଚ ୫ ତାରିଖ ଠାରୁ ଅପ୍ରେଲ ୧୭ ତାରିଖ ପର୍ଯ୍ୟନ୍ତ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୂଲ୍ୟରେ ଶ୍ରଦ୍ଧାଞ୍ଜଳି ସ୍ୱରୂପ ଉତ୍ସର୍ଗୀକୃତ ଓଡ଼ିଶା ମୋ ପରିବାର -ଜୀବନବିନ୍ଦୁ ରକ୍ତଦାନ ଶିବିରର ଆୟୋଜନ କରାଯିବ । ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ, ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ. ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ଏକ ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।

Leave a Reply