ମଙ୍ଗଳବାର ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ

CM Naveen Patnaik To Inaugurate Different Project For Sundergarh Dist On Tuesday  

ସୁନ୍ଦରଗଡ଼: ଜିଲ୍ଲାର ବିକାଶ ପାଇଁ ସ୍ୱତନ୍ତ୍ର ପଦକ୍ଷେପ । ରାଉରକେଲା ସହରରେ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ ସହ ଜିଲ୍ଲାର ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯିବ । ଜିଲ୍ଲାର ବିକାଶ ପାଇଁ ୪ ହଜାର ୮ ଶହ କୋଟି ଟଙ୍କାର ପ୍ୟାକେଜ୍ । ଏହାର ଉଦଘାଟନ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ । ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ୧୭ ଜଣ ମନ୍ତ୍ରୀ ଓ ୭୦ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି ।

CM Naveen Patnaik To Inaugurate Different Project For Sundergarh Dist On Tuesday  

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯିବେ । ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ନିର୍ମାଣ ହେବ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ୍ । ଜିଲ୍ଲାର ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯିବ । ୧୨ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ ଓ ୩୫୧ କୋଟି ଟଙ୍କା ବ୍ୟୟ ଅଟକଳରେ ୧୧ଟି ବୃହତ ଉଠାଜଳସେଚନ ପ୍ରକଳ୍ପର ହେବ ଶୁଭାରମ୍ଭ । ବିଭିନ୍ନ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ  ୧୫୯୯ କୋଟି ଟଙ୍କା । ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ୧୦ଟି କସ୍ତୁରବା ଗାନ୍ଧି ଆବାସିକ ବାଳିକା ବିଦ୍ୟାଳୟର ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୭ଟି ଛାତ୍ର ନିବାସ ଓ ୧୬ଟି ଛାତ୍ରୀ ନିବାସ ପାଇଁ ହେବ ଶିଳାନ୍ୟାସ । ଏଥିପାଇଁ ୧୬ ତାରିଖରେ ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ୧୭ ଜଣ ମନ୍ତ୍ରୀ ଓ ୭୦ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି ।

CM Naveen Patnaik To Inaugurate Different Project For Sundergarh Dist On Tuesday  

ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୪ ହଜାର ୮ ଶହ କୋଟି ଟଙ୍କାର ପ୍ୟାକେଜ ଘୋଷଣା ହୋଇଛି । ସକାଳ ୧୧ଟା ୩୦ରେ ପହଞ୍ଚି ରାଉରକେଲା ବିପିୟୁଟି ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଏକପ୍ରକାର ସରିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଜିଲ୍ଲାବାସୀ । ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ ଓ ସାଧାରଣ ସଭାକୁ ଲାଇଭ୍ ଦେଖିବେ ଜିଲ୍ଲାବାସୀ । ଏଥିପାଇଁ ରାଉରକେଲାର୧୦ଟି ସ୍ଥାନ ସମେତ ସୁନ୍ଦରଗଡ଼ ଜିଲ୍ଲାର ଶହେରୁ ଅଧିକ ସ୍ଥାନରେ ଏଲଇଡି ବ୍ୟବସ୍ଥା କରାଯାଇଛି  ।

Leave a Reply