ଉପ-ନିର୍ବାଚନ ରାଉଣ୍ଡ-୩ : ଉଭୟ ବିଧାନସଭା ଆସନରେ ବିଜେଡି ଆଗୁଆ

1 min read

ବାଲେଶ୍ୱର, ତିର୍ତ୍ତୋଲ: ତୃତୀୟ ରାଉଣ୍ଡରେ ପହଞ୍ଚିଛି ଭୋଟ ଗଣତି । ଉଭୟ ବିଧାନସଭା ଆସନରେ ଏଯାବତ୍ ବିଜେଡି ଆଗୁଆ ରହିଛି । ମୋଟି ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଭୋଟ ଗଣତି ସରିଛି । ତୃତୀୟ ରାଉଣ୍ଡ ଗଣତି ସରିଲା ବେଳକୁ ତିର୍ତ୍ତୋଲ ଆସନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୧୪୦୪, କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକ ୧୬୭୭, ବିଜେପି ପ୍ରାର୍ଥୀ ରାଜ କିଶୋର ବେହେରା ୬୯୫୯ ଭୋଟ ପାଇଛନ୍ତି ।

ତେବେ ବାଲେଶ୍ୱରରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୭୧୨୮, ବିଜେପି ପ୍ରାର୍ଥୀ ମାନସ ଦତ୍ତ ୬୦୭୪ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ୯୪୦ ଭୋଟ ପାଇଛନ୍ତି । ଏବଂ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକ ମାତ୍ର ୭୨ ଭୋଟ ପାଇଛନ୍ତି ।

ଆରମ୍ଭ ହେଲା ଭୋଟ ଗଣତି: ତିର୍ତ୍ତୋଲ ବିଧାନସଭା ଆସନରେ ବିଜେଡି ଆଗୁଆ

କୋଭିଡ କଟକଣା ମଧ୍ୟରେ ଭୋଟ ଗଣତି ଚାଲିଛି । ବାଲେଶ୍ଵର ପାଇଁ ୩ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ଓ ତିର୍ତ୍ତୋଲ ପାଇଁ ୨ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଫଳାଫଳ ଜାଣିବା ପାଇଁ ବଡ଼ ବଡ଼ TVର ବ୍ୟବସ୍ଥା କରାଯାଇଛି । ECI ୱେବସାଇଟରେ ପ୍ରତି ରାଉଣ୍ଡରେ ଫଳାଫଳ ଉପଲବ୍ଧ ରହିଛି । ସେପଟେ ତ୍ତିର୍ତ୍ତୋଲ ଭୋଟ ଗଣତି ପାଇଁ ବି ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । SVM କଲେଜରେ ଦୁଇଟି ହଲରେ ଚାଲିଛି ତିର୍ତ୍ତୋଲ ପାଇଁ ଗଣନା  । ହଲରେ ୭ଟି ଲେଖାଏଁ ଟେବୁଲ ପଡ଼ିଛି । ଏହା ସହ ପୋଷ୍ଟାଲ ବାଲଟ୍ ପେପର ଗଣତି ପାଇଁ  ଆଉ ଗୋଟିଏ ହଲରେ ଦୁଇଟି ଟେବୁଲର ବ୍ୟବସ୍ଥା ହୋଇଛି  । ଗଣତି ସମୟରେ  ମାଇକ୍ରୋ ଅବଜରଭର, କାଉଣ୍ଟିଂ ଆସିଣ୍ଟାଣ୍ଡ ଓ କାଉଣ୍ଟି ସୁପର ଭାଇଜର ମୁତୟନ ହୋଇଛନ୍ତି । ସୁରକ୍ଷା ଦୃଷ୍ଟିରୁ ୪ ପ୍ଲାଟୁନ୍ ପୋଲିସ ଫୋର୍ସ, ୩୭ ଜଣ ଅଫିସର,   ଜଣେ ଆଡିସନାଲ ଏସପି ଓ ତିନି ଜଣ ଡିଏସପି ମୁତୟନ ରହିବେ  । CRPFର ଗୋଟିଏ ପ୍ଲାଟୁନ୍ ମଧ୍ୟ ମୁତୟନ ।

Leave a Reply