ନୂଆ କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋଦି ସରକାରଙ୍କୁ ଲାଗିଲା ଝଟକା । ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦୀର୍ଘଦିନ ଧରି ଜାରି ରହିଥିବା ଆନ୍ଦୋଳନରେ ଚାଷୀଙ୍କୁ ଆଶ୍ବସ୍ତି ମିଳିଛି ।  ମଙ୍ଗଳ ବାର ଦିନ ଏହି ନୂଆ କୃଷି ଆଇନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଏହା ଉପରେ ରୋକ୍ ଲଗାଇଛନ୍ତି ।

ସୂଚନା ଅନୁଯାୟୀ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି ଆଦେଶ ବଳବତ୍ତର ରହିବ । ଏଥିସହିତ ସମସ୍ୟାର ସମାଧାନ ପାଇଁ ୪ ଜଣିଆ କମିଟି ଗଠନ କରିଛନ୍ତି ଖଣ୍ଡପୀଠ । କୃଷି ବିଶେଷଜ୍ଞ ଅଶୋକ ଗୁଲାଟି, ଭାରତୀୟ କିଷାନ ୟୁନିଅନ ଅଧ୍ୟକ୍ଷ ଜୀତେନ୍ଦ୍ର ସିଂହ ମାନ୍, ପ୍ରମୋଦ ଯୋଶୀ, ଅନିଲ ଧନଓ୍ବନ୍ତ ପ୍ରମୁଖ କମିଟିରେ ରହିଛନ୍ତି । ଏହି କମିଟି ନୂଆ କୃଷି ଆଇନ୍ ସମ୍ପର୍କିତ ଅଭିଯୋଗ ଶୁଣିବେ।

ଆହୁରି ମଧ୍ୟ ଦ୍ବିତୀୟ ଦିନର ଶୁଣାଣିରେ କେନ୍ଦ୍ର ସରକାରଙ୍କ ଉପରେ ଅଦାଲତ ବର୍ଷିବା ସହ ଆବଶ୍ୟକ ପଡିଲେ ନୂଆ କୃଷି ଆଇନକୁ ସସପେଣ୍ଡ କରିପାରିବୁ ବୋଲି ପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଆନ୍ଦୋଳନକୁ ପ୍ରାୟ ୪୮ ଦିନ ବିତିଯାଇଥିଲେ ମଧ୍ୟ ଉଭୟ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ ମଧ୍ୟରେ ଆଠ ଥର ବୈଠକ ହୋଇଥିଲା । ହେଲେ ଆଜିଯାଏଁ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ସେପଟେ ଏତେଦିନ ଧରି ରାଜରାସ୍ତାରେ କୃଷକଙ୍କ ଆନ୍ଦୋଳନ ଚାଲିଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାୟାଳୟ ।

ସୂଚନାଯୋଗ୍ୟ, ଜାନୁଆରୀ ୮ ତାରିଖରେ ଅଷ୍ଟମ ଥର ପାଇଁ ହୋଇଥିବା ବୈଠକ ବିଫଳ ରହିଥିଲା।  ସରକାର ଏବଂ ଚାଷୀଙ୍କ ମଧ୍ୟରେ ବିଜ୍ଞାନ ଭବନରେ ଜାରି ରହିଥିବା ଆଲୋଚନା ପୁନର୍ବାର ଫେଲ ମାରିଥିଲା ଏହି ବୈଠକ। ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ସଂଗଠନ ଅଟଳ ରହିଥିବା ବେଳେ, ଆଇନ ହଟିବାର ପ୍ରଶ୍ନ ଉଠୁନାହିଁ ବୋଲି ସିଧା ସିଧା କହିଥିଲେ କେନ୍ଦ୍ର ସରକାର ।

ଏପରିକି ଏମଏସପି ବଳବତ୍ତର ଏବଂ ନୂତନ କୃଷି ଆଇନକୁ ପ୍ରତ୍ୟାହାର ନେଇ ଦାବି ରଖିଥିଲେ ଆନ୍ଦୋଳନରତ ଚାଷୀ ସଂଗଠନ । କିନ୍ତୁ ପୂର୍ବ ବୈଠକରେ ଏମଏସପି ଉପରେ ସରକାର ଆଲୋଚନା କରିଥିଲାବେଳେ, ସେହି ବୈଠକରେ କୃଷି ଆଇନ ପ୍ରତ୍ୟାହାର ନେଇ ସ୍ପଷ୍ଟ ମନା କରି ଦେଇଥିଲେ ସରକାର। ତେବେ ଆସନ୍ତା ୧୫ ତାରିଖରେ ନବମ ପର୍ଯ୍ୟାୟ ଆଲୋଚନା ହେବାକୁ ଯାଉଛି ।

Leave a Reply