ଶିଶୁ ଓ ମହିଳା ସୁରକ୍ଷା ପାଇଁ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଶାଖା, ୬୨ଟି ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର:  ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର ରହିଛି । ଆଜି ଏନେଇ ଆଉ ପାଦେ ଆଗକୁ ବଢିଛନ୍ତି  ମୁଖ୍ୟମନ୍ତ୍ରୀ । ଆରମ୍ଭରୁ ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ସେନେଇ ବିଶେଷ ଧ୍ୟାନ ଦେଇଛନ୍ତି । ଏବଂ ଏଭଳି ଅଭିଯୋଗର ଉଚିତ ଭାବରେ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏମିତି ଏକ ଦୃଢ ପଦକ୍ଷେପ ନେଇଛନ୍ତି ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଶିଶୁ ଓ ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ପୋଲିସରେ ଏକ ସ୍ୱତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀକୁ ମଞ୍ଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହିତ  Cyber Forensic ଏବଂ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି ।

ଏହାସହ ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ministerial staff  ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି ।

Leave a Reply