୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଦୁଇ ବନ୍ଧୁଙ୍କ ମୃତ୍ୟୁ
ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଲଇଗାଁ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଗଲା ଦୁଇ ବନ୍ଧୁଙ୍କ ଜୀବନ । ମୃତକ ହେଲେ ମୁଶାଡ଼ ଗାଁର ଝାଣ୍ଟୁଚରଣ ବେହେରା ଓ ବ୍ରାହ୍ମଣ ଗାଁର ଝାଣ୍ଟୁ ଭୋକ୍ତା । ବିଳମ୍ବିତ ରାତିରେ ଦୁଇ ସଙ୍ଗାତ ବୌଦ୍ଧ ପଟୁ ନିଜ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା ।
ଫଳରେ ଦୁଇ ସଙ୍ଗାତ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଖବର ପାଇ ବୌଦ୍ଧ ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ, ସେଠାରେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଆଜି ଶବ ବ୍ୟବଚ୍ଛେଦ ପରେ ଉଭୟଙ୍କ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ।
