spot_img

Latest Posts

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ, ଚାଲିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଆଜି ଗୃହ ସ୍ୱାଭାବିକ ଥିବା ବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଚାଲିଛି । ବିଦ୍ୟାଳୟ ଗଣଶିକ୍ଷା, ଉଚ୍ଚଶିକ୍ଷା ଓ କୃଷିମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି । ରାଜ୍ୟରେ ୧୬୦୦ ବିଜ୍ଞାନ ଶିକ୍ଷକ ପଦବୀ ଖାଲି ପଡ଼ିଛି । ସ୍କୁଲ ମାନଙ୍କରେ ବିଜ୍ଞାନଗାର ଖୋଲିବା, ରାଷ୍ଟ୍ରୀୟ ମାଧ୍ୟମିକ ଶିକ୍ଷା ଅଭିଯାନ ଜରିଆରେ ୨୦୧୫-୧୬ ରୁ ୨୦୧୮-୧୯ ମଧ୍ୟରେ ବିଜ୍ଞାନ ଘର ନିର୍ମାଣ ପାଇଁ ୫୨୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ବିଜ୍ଞାନ ଉପକରଣ ପାଇଁ ମଧ୍ୟ ୩୫୧ କୋଟି ଟଙ୍କା ପ୍ରଦାନ କରାଯାଇଛି । ୨୫୬୨ ହାଇସ୍କୁଲରେ ବିଜ୍ଞାନ ଗାର ନିର୍ମାଣ କରାଯାଇଛି । ମୋ ସ୍କୁଲ ଯୋଜନାରେ ୪୨୯ଟି ବିଜ୍ଞାନ ଗାର ନିର୍ମାଣ କରିବାକୁ ଯୋଜନା ରହିଛି। ୧୦୦ଟି ଆଦର୍ଶ ବିଦ୍ୟାଳୟ ରେ ବିଜ୍ଞାନଗାର ଅଛି। ସି ଏସ ଆର ଫଣ୍ଡରେ ୮୧୯ ସ୍କୁଲରେ ବିଜ୍ଞାନଗାର ନିର୍ମାଣ କରାଯାଉଛି। ପୋଷ୍ୟ ସ୍କୁଲ ଜରିଆରେ ୧୦୦ଟି ହାଇସ୍କୁଲରେ ବିଜ୍ଞାନଗାର ନିର୍ମାଣ କରାଯାଉଛି। ୧୦୦ ଟି ଉତ୍କର୍ଷ ବିଦ୍ୟାଳୟରେ ବିଜ୍ଞାନଗାର ପ୍ରତିଷ୍ଠା କରିବା କରାଯାଉଛି।

Latest Posts

Don't Miss