ଭୁବନେଶ୍ବର : ବିଧାନସଭା ବଜେଟ ଅଧିବେଶନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୪ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିଛନ୍ତି । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୮ ଜଣ ଅତିରିକ୍ତ ଡିସିପି, ୨୪ ଜଣ ଏସିପି, ୨୭ ଜଣ ଇନ୍ସପେକ୍ଟର, ୧୧୦ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ ।
ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯାଇଛି । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ନଜର ରଖାଯିବ ।

