ବିଜେପି, କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅନେକ ନେତା ଓ କର୍ମୀ

ଜୁନାଗଡ଼: କଳାହାଣ୍ଡି ଜିଲ୍ଲା ଜୁନାଗଡରେ ବଢୁଛି ବିଜେଡିର ବଳ । ବିଜେପି, କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଅନେକ ନେତା ଓ କର୍ମୀ । ଜୁନାଗଡ଼ ନିର୍ବାଚନ ମଣ୍ଡଳୀ ପ୍ରାୟ ୫୦୦ ସହ କଂଗ୍ରେସ ଓ ବିଜେପି କର୍ମୀ ଆଜି ବିଜେଡିରେ ଯୋଗଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ସମସ୍ତେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ।

ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ବରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଜେଡି ସାଂଗଠାନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡି ବିଜେଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତ ରାୟ ଓ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଉପସ୍ଥିତ ରହିଥିଲେ । ଅନୁଷ୍ଠିତ ମିଶ୍ରଣ ପର୍ବରେ ଗୋଲାମୁଣ୍ଡା ବିଜେପି ସଭାପତି ଜୟରାମ ସାହୁଙ୍କ ସମେତ ୩୦୦  ବିଜେପି କର୍ମୀ ଓ ଜୁନାଗଡ଼ ବ୍ଲକର ୨୦୦ ସହ କଂଗ୍ରେସ କର୍ମୀ ବିଜେଡିରେ ଯୋଗଦାନ କରିଛନ୍ତି ।