ଲକଡାଉନରେ ବୁଲା ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ପ୍ରଦାନ

ଭୁବନେଶ୍ୱର: କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ୍ ଜାରି ରହିଛି । ଏହି ସମୟରେ ବୁଲା ଗାଈଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନଜରରେ ରଖି ବୁଲା ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍ଏସି ପାଇଁ ଷାଠିଏ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ଜରିଆରେ ବୁଲା ପ୍ରାଣୀ ଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶ ହଜାର ଟଙ୍କା , ମ୍ୟୁନିସିପାଲଟିଗୁଡ଼ିକ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସିଗୁଡ଼ିକ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Leave a Reply