ବଦଳିଲା ପାଣିପାଗ, ତାତିରୁ ମିଳିଲା ତ୍ରାହି

ଭୁବନେଶ୍ୱର: ବଦଳିଲା ପାଣିପାଗ । ତାତିରୁ ମିଳିଲା ତ୍ରାହି । ଉପାନ୍ତରୁ ଉପକୂଳ ସବୁଠି କମିଲା ତାପମାତ୍ରା । ବର୍ଷା ପାଇଁ ଥଣ୍ଡା ହେଲା ବାୟୁମଣ୍ଡଳ । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକରର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇଛି । ୧୩ ତାରିଖ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ନବରଙ୍ଗପୁରରେ ଘଡ଼ିଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ିଦେଲେ ବାକି ଜିଲ୍ଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଏଥିସହିତ ପଢ଼ନ୍ତୁ: ଚକା ଫାଟିଯିବାରୁ ତାରିଣୀ ବସ୍ତିକୁ ମାଡ଼ିଗଲା ଟ୍ରକ୍

 

Leave a Reply