spot_img

Latest Posts

ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ଦୁର୍ଘଟଣାରେ ଦେହାନ୍ତ, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ଦୁର୍ଘଟଣାରେ ଜୀବନ ହାରିଲେ ବରିଷ୍ଠ ସାମ୍ବାଦିକ ଜିମୁତ ମଙ୍ଗରାଜ  । ପ୍ରତିଟି ପ୍ରସଙ୍ଗରେ ବଳିଷ୍ଠ ଜ୍ଞାନ ରଖିଥିବା ଜିମୁତ ମଙ୍ଗରାଜଙ୍କ ଅଚାନକ ମୃତ୍ୟୁ ଖବର ସଭିଙ୍କୁ ବିସ୍ମିତ କରିଛି  । ଆଜି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।  ଯାଆଁଳା ମେଡ଼ିକାଲ ସମ୍ମୁଖରେ ସାମ୍ବାଦିକ ଜିମୁତ ମଙ୍ଗରାଜଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ନେଇ ଯାଆଁଳା ପୋଲିସ ପକ୍ଷରୁ ସୂଚନା ମିଳିଛି   ।

ବିଭିନ୍ନ ପ୍ରତିଷ୍ଠିତ ଗଣମାଧ୍ୟମରେ ସାମ୍ବାଦିକତା କରିଆସିଛନ୍ତି ଜିମୁତ  । ସେହିପରି ବିଜୁ ପଟ୍ଟନାୟକ ଓଡ଼ିଶା ରାଜନୀତି ସମ୍ପର୍କରେ ଅନେକ ପୁସ୍ତକ ମଧ୍ୟ ଲେଖିଛନ୍ତି  । ରାଜ୍ୟର ପ୍ରଥମ ରାଜନୈତିକ ଖବରକାଗଜ ‘ନେତା’ର  ସମ୍ପାଦକ ଭାବେ ଦାୟିତ୍ୱ ନିର୍ବାହ କରି ନିଜର ପରିଚୟକୁ ପରିପୃଷ୍ଠ କରିଛନ୍ତି  । ସେହିପରି ୩ଟି ପିଏଚଡି ଡିଗ୍ରୀ ହାସଲ କରିଥିଲେ ଜିମୂତ ମଙ୍ଗରାଜ  । ଏକାଧିକ ସାଂସ୍କୃତିକ ଓ ସାମ୍ବାଦିକ ସଂଘ ସହ ଜଡ଼ିତ ରହି ଅନେକ କାର୍ଯ୍ୟକ୍ରମ ରାଜ୍ୟରେ ଜାରି ରଖିଥିଲେ  ।

ବରିଷ୍ଠ ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ସଡ଼କ ଦୁର୍ଘଟଣାର ବିୟୋଗ ଖବରରେ ଦୁଃଖ ପ୍ରକାଶ କରିଛନ୍ତି ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ  ।    ଦୁଃଖକୁ ସାମ୍ନା କରିବା ପାଇଁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ। ବରିଷ୍ଠ ସାମ୍ବାଦିକ ଜୀମୁତ ମଙ୍ଗରାଜଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ଜଣେ ବିଚକ୍ଷଣ ତଥା ନିଃସ୍ୱାର୍ଥପର ସାମ୍ବାଦିକ ଭାବେ ସେ ବେଶ ଜଣାଶୁଣା। ସାମ୍ବାଦିକମାନଙ୍କ ଦାବିକୁ ସେ ସରକାରଙ୍କ ନିକଟରେ ଦୃଢ଼ ଭାବେ ଉପସ୍ଥାପିତ କରୁଥିଲେ ବୋଲି କହିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା  ।

 

Latest Posts

Don't Miss