୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ
1 min readଭୁବନେଶ୍ୱର: ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ସହ ୧୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।
#Odia #Weather briefing by Scientist-C: Umasankar Das for next five days, based on 0830 Hrs IST observation of #18th September, 2021.https://t.co/XfVJyf6cyS pic.twitter.com/OWQE0VYeoa
— Meteorological Centre, Bhubaneswar (@mcbbsr) September 18, 2021
ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆର୍ଲଟ ଦିଆଯାଇଛି । ସେହିଭଳି ୧୯ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ।
୨୦ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୧ ତାରିଖରୁ ୨୨ ତାରିଖ ସକାଳ ୮ଟା ୩୦ ଯାଏଁ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ରହିଛି ।