spot_img

Latest Posts

ସମ୍ଭାବ୍ୟ ବାତ୍ୟା ଗୁଲାବ; ଗଞ୍ଜାମ ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ବ୍ରହ୍ମପୁର: ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ସଜାଗ ଗଞ୍ଜାମ ପ୍ରଶାସନ। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଜରୁରୀ କାଳୀନ ବୈଠକ । ବିଭିନ୍ନ ବିଭାଗର ଅଧିକାରୀ ମାନେ ବୖଠକରେ ଉପସ୍ଥିତ ରହିଛନ୍ତି ।

ସୂଚନା ଅନୁଯାୟୀ, ଜିଲ୍ଲା ପ୍ରଶାସନ ପକ୍ଷରୁ ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ ଦିଆଯାଇଛି । ବିଶେଷକରି ସମୁଦ୍ର ଓ ନଦୀ କୂଳିଆ ଅଞ୍ଚଳ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ତହସିଲଦାର ମାନଙ୍କୁ କୁହାଯାଇଛି | ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନନ୍ତରିତ କରାଯିବ । ସ୍କୁଲ, ବାତ୍ୟା ଆଶ୍ରୟସ୍ଥଳି ପ୍ରସ୍ତୁତ କରିବାକୁ କୁହାଯାଇଛି।

ସେହିପରି ରବିବାର ଓ ସୋମବାର ସମୁଦ୍ର କୂଳକୁ କାହାକୁ ଛଡାନଯିବାକୁ ପରାମର୍ଶ ଦିଆଯାଇଛି। ଗର୍ଭବତୀ ମହିଳା ମାନଙ୍କୁ ଚିହ୍ନଟ କରାଯିବା ସହ ଆବଶ୍ୟକ ହେଲେ ମେଡିକାଲକୁ ସ୍ଥାନନ୍ତରିତ କରାଯିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବାତ୍ୟା ତିତିଲି ସମୟରେ ଯେଉଁ ସବୁ ଅଞ୍ଚଳ କ୍ଷତି ହୋଇଥିଲା ସେଥିପ୍ରତି ଧ୍ୟ୍ୟନ ଦେବାକୁ ଜିଲ୍ଲାପାଳ କହିଛନ୍ତି |

ଅପରପକ୍ଷେ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଗଜପତି ଜିଲ୍ଲାରେ ଶନିବାର ଓ ରବିବାର ସରକାରୀ ଛୁଟିକୁ ବାତିଲ କରାଯାଇଛି । ଏଥିସହ ଯେକୌଣସି ଜରୁରୀକାଳୀନ ସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସଦରମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ।

Latest Posts

Don't Miss