spot_img

Latest Posts

କରୋନାର ଏକ ମାସ ମଧ୍ୟରେ ମୃତ୍ୟୁ ହୋଇଥିଲେ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର: କୋଭିଡରେ ପ୍ରାଣ ହରାଉଥିବା ଲୋକଙ୍କ ପରିବାରକୁ ସହାୟତା ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ। ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସି.ବି.କେ ମହାନ୍ତି ଏହି ସୂଚନା ଦେଇଛନ୍ତି। ସଂକ୍ରମିତ ହେବାର ମାସକ ମଧ୍ୟରେ ମୃତ୍ୟୁ ହୋଇଥିବା କୋଭିଡ ରୋଗୀଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ଏସଓପି ଜାରି କରିବେ।

ସେହିପରି ୩୦ ଦିନ ଭିତରେ ଆତ୍ମହତ୍ୟା କରିଥିବା କିମ୍ବା ଦୁର୍ଘଟଣାର ଶିକାର ହୋଇଥିବା କୋଭିଡ୍‌ ଆକ୍ରାନ୍ତଙ୍କୁ ଏଥିରେ ସାମିଲ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟର କୋଭିଡ ମୃତ୍ୟୁ ତାଲିକାରେ ଏସବୁକୁ ସାମିଲ କରାଯିବ। ଫଳରେ ରାଜ୍ୟରେ ମୋଟ କୋଭିଡ ମୃତ୍ୟୁସଂଖ୍ୟା ବଢ଼ିବ। କୋଭିଡ୍‌ ମୃତ୍ୟୁର ପୁନଃ ଅଡିଟ କରିବା ପାଇଁ ଜିଲ୍ଲା ସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସି.ବି.କେ ମହାନ୍ତି ଏହି ସୂଚନା ଦେଇଛନ୍ତି।

Latest Posts

Don't Miss