spot_img

Latest Posts

କୋଭାକ୍ସିନକୁ ମିଳିଲା WHOର ଅନୁମତି

ନୂଆଦିଲ୍ଲୀ: କୋଭାକ୍ସିନକୁ ମିଳିଲା WHO ସିକୃତି । କୋଭାକ୍ସିନକୁ ଅନୁମତି ଦେବା ନେଇ ଆଜି ବସିଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଗୁରୁତ୍ବପୂର୍ଣ୍ଣ ବୈଠକ। ଜରୁରୀକାଳୀନ ବ୍ୟବହାର ସଂକ୍ରାନ୍ତ ତାଲିକା ବା ଇୟୁଏଲ ପ୍ରସଙ୍ଗରେ ଆଜି ବୈଷୟିକ ପରାମର୍ଶଦାତା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଅକ୍ଟୋବର ୨୬ ତାରିଖରେ କୋଭାକ୍ସିନ ପ୍ରସଙ୍ଗରେ ସଙ୍ଗଠନର ବୈଷୟିକ ପରାମର୍ଶଦାତା କମିଟି ବୈଠକ ବସିଥିଲା ।

ଏଥିରେ ଭାରତ ବାୟୋଟେକ ଠାରୁ ଅନ୍ୟାନ୍ୟ କେତେକ ତଥ୍ୟ ମଗାଯାଇଥିଲା । ଭାରତ ବାୟୋଟେକ ଦର୍ଶାଇଥିଲା ଯେ ଲକ୍ଷଣଯୁକ୍ତ କୋଭିଡ ରୋଗୀଙ୍କ କ୍ଷେତ୍ରରେ କୋଭାକ୍ସିନ ୭୭.୮ ପ୍ରତିଶତ ସଫଳତା ହାସଲ କରୁଛି ଏବଂ ଡେଲଟା ଭାରିଆଣ୍ଟ ବିରୋଧରେ ଏହା ୬୫.୨ ପ୍ରତିଶତ ସଫଳତା ପ୍ରଦର୍ଶନ କରୁଛି। କମ୍ପାନୀ ଯୁକ୍ତି ଦର୍ଶାଇଥିଲା ଯେ, କୋଭାକ୍ସିନର ସଫଳତା ଓ ପ୍ରଭାବକୁ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ । ଦୁଇ ଥର ଧରି କୋଭାକ୍ସିନ ପ୍ରସଙ୍ଗରେ ସଙ୍ଗଠନର ବୈଠକ ବସିଥିବା ବେଳେ କୌଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇପାରି ନଥିଲା ।

ତେବେ ଭାରତରେ ଏବେ ବାୟୋଟେକର କୋଭାକ୍ସନି ଓ ଆଷ୍ଟ୍ରାଜେନେକା ଏବଂ ସେରମ ଇନଷ୍ଟିଚ୍ୟୁଟ ଓ ଅକ୍ସଫୋର୍ଡ ୟୁନିଭର୍ସିଟିର କୋଭିସିଲ୍ଡକୁ କୋଭିଡ ଟିକା ଭାବେ ବ୍ୟବହାର କରାଯାଉଛି । କୋଭିସିଲଡକୁ ବହୁ ପୂର୍ବରୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଅନୁମତି ଦେଇସାରିଛି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୬ ତାରିଖରେ WHOରେ ଏକ ବୈଠକ ହୋଇଥିଲା । ଏଥିରେ କୋଭ୍ୟାକ୍ସିନକୁ ଅନୁମତି ମିଳିଯିବ ବୋଲି ଆଶା କରାଯାଉଥିଲା, ହେଲେ ସେମିତି କିଛି ହେଲାନାହିଁ । ସେହିପରି ଗତ ଏପ୍ରିଲ ୧୯ରେ ଭାରତ ବାୟୋଟେକ ପକ୍ଷରୁ ଅନୁମତି ପାଇଁ WHOରେ ଆବେଦନ କରାଯାଇଥିଲା । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ସହ ମିଶି ଭାରତ ବାୟୋଟେକ କୋଭ୍ୟାକ୍ସିନକୁ ବିକଶିତ କରିଛି ।

କୋଭାକ୍ସିନ WHOର ଅନୁମତି ପାଇବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତ ବାୟୋଟିକକୁ ଶୁଭେଚ୍ଛା ଜଣାଇଛନ୍ତି ।

Latest Posts

Don't Miss