spot_img

Latest Posts

ରାଇମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା । ସେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ତେବେ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । କେହି ବିଶ୍ୱାସ ବି କରିପାରୁ ନାହାନ୍ତି ରାଇମୋହନ ପରିଡ଼ା ଆଉ ଆମ ଗହଣରେ ନାହାନ୍ତି । ଓଲିଉଡ ଜଗତକୁ ଶକ୍ତ ଝଟକା ଲାଗିଛି । ରାଇମୋହନଙ୍କ ମୃତ୍ୟୁ ପରେ ଚାରିଆଡ଼େ ଖେଳିଯାଇଛି ଶୋକର ଛାୟା । ବରିଷ୍ଠ ଅଭିନେତା ରାଇମୋହନଙ୍କ ମୃତ୍ୟୁ ପରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Latest Posts

Don't Miss