spot_img

Latest Posts

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ମହାନ ସ୍ୱାଧିନତା ସଂଗ୍ରାମୀ ତଥା ସମାଜବାଦୀ ଆଦର୍ଶର ପ୍ରବକ୍ତା ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ ଛକ ସ୍ଥିତ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ରାଜ୍ୟ ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ସମ୍ମାନୀତ ଅତିଥି ବାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଲେନିନ ମହାନ୍ତି ଯୋଗଦେଇ ଲୋକନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ପ୍ରତିମୂର୍ତ୍ତିସ୍ଥଳ ସାଜସଜା କରାଯାଇଥିଲା । ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସ୍ୱତନ୍ତ୍ର ଅଧିକାରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ବିଭାଗର ଅନ୍ୟ ପଦାଧିକାରୀ ଉପସ୍ଥିତ ରହି ଲୋକନାୟକଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

ସେହିପରି ଓଡ଼ିଆ ଭାଷା, ସାହିତ୍ଯ ଓ ସଂସ୍କୃତି ବିଭାଗର ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରାଙ୍କ ସମେତ ଉତ୍କଳ ସମ୍ମିଳନୀ ଏବଂ ଉଇ ଫର ଭୁବନେଶ୍ୱର ଆଦି ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଓ ସହରର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Latest Posts

Don't Miss