spot_img

Latest Posts

’ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟର ଯଶସ୍ୱୀ ସାଧକ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା ସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ୱଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ । ଏହାଦ୍ୱାରା ଦୂର ଦୂରାନ୍ତରରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରଛାତ୍ରୀମାନଙ୍କ ପାଠ ପଢ଼ିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ ଯେ ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବାପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ୱଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

Latest Posts

Don't Miss