spot_img

Latest Posts

ଆଜି ପବିତ୍ର ଶ୍ରୀରାମ ନବମୀ, ସଜେଇ ହୋଇଛି ରାଜ୍ୟର ସମସ୍ତ ରାମମନ୍ଦିର

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ। ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ରାଜଧାନୀର ସମସ୍ତ ମଠ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା। ପ୍ରଭୁଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରେ ସକାଳୁସକାଳୁ ଲାଗିଛି ଭକ୍ତଙ୍କ ଭିଡ଼ । ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି ମନ୍ଦିର।

ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ହୋଇଛି। ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣରେ ପୂର୍ଣ୍ଣାହୁତି ହେବା ପରେ ହୋମ ଯଜ୍ଞ କରାଯିବ। ମଧ୍ୟାହ୍ନ ପରେ ଶ୍ରୀରାମଙ୍କ ଜୟନ୍ତୀ ଆଳତି ହେବ। ପରେ ସନ୍ଧ୍ୟା ଆଳତି କରାଯାଇ ରାତିରେ ଭୋଗ ଆଳତୀ ଅନୁଷ୍ଠିତ ହେବ। ଏହି ଅବସରରେ ଠାକୁରଙ୍କ ପାଖରେ ପାଞ୍ଚ ମେଳା ଓ ଫଳ ଲାଗି ହେବ । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।

ସେପଟେ ଭଦ୍ରକରେ ମହାଆଡମ୍ବରରେ ପାଳିତ ହେଉଛି ଶ୍ରୀ ରାମ ନବମୀ ମହୋତ୍ସବ। ଆଜି ଅନୁଷ୍ଠିତ ହେବ ନଗର ସଂକୀର୍ତ୍ତନ। ନଗର ସଂକୀର୍ତ୍ତନ ପାଇଁ ଭଦ୍ରକ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Latest Posts

Don't Miss