spot_img

Latest Posts

ଆଜି ବିଶ୍ବ ପରିବେଶ ଦିବସ, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ବିଶ୍ବ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ବିଶ୍ବର ପ୍ରାୟ ୧୪୩ଟି ରାଷ୍ଟ୍ରରେ ପରିବେଶ ଦିବସ ପାଳନ କରାଯାଇଥାଏ ।

ବିଶ୍ବ ପରିବେଶ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ସବୁଜ, ସୁନ୍ଦର, ସୁସ୍ଥ ପରିବେଶ ଗଠନରେ ସମସ୍ତଙ୍କ ସହଯୋଗ କାମନା ମଧ୍ୟ କରିଛନ୍ତି ।

ମଣିଷ ନିଜର ଜାଣତରେ ହେଉ କିମ୍ବା ଅଜାଣତରେ ପରିବେଶ ପ୍ରତି ଅନେକ ଅନ୍ୟାୟ କରିଥାଏ। ନିଜର ଉନ୍ନତି ଓ ଜୀବିକା ନିର୍ବାହ ପାଇଁ ଗଛ କାଟିବାଠାରୁ ଆରମ୍ଭ କରି କଳ କାରଖାନା ପ୍ରତିଷ୍ଠା, ଯାନବାହନ ତିଆରି ଆଦି ଅନେକ ଜିନିଷ କରିଥାଏ। ଆଉ ଏଥିରୁ ନିର୍ଗତ ହେଉଥିବା ଧୂଆଁ ପରିବେଶ ପ୍ରଦୂଷଣ କରିଥାଏ। ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତ୍ତମ ପ୍ରମୁଖ କାରଣ। ସୁସ୍ଥ ସମାଜ ଗଠନ କରିବାକୁ ହେଲେ ଆମ ପରିବେଶକୁ ସ୍ବଚ୍ଛ ଏବଂ ନିର୍ମଳ ରଖିବାକୁ ପଡ଼ିବ। ମଣିଷ ଏବଂ ପରିବେଶ ମଧ୍ୟରେ ବହୁତ ଗଭୀର ସମ୍ପର୍କ ରହିଛି । ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ। ପରିବେଶ କ୍ରମାଗତ ଭାବରେ ଦୂଷିତ ହେଉଛି, ଯାହା ଆମ ଜୀବନରେ ଗଭୀର ପ୍ରଭାବ ପକାଉଛି । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ । ୧୯୭୨ରୁ ବିଶ୍ବ ପରିବେଶ ଦିବସ ପାଳନ କରାଯାଉଛି । ମିଳିତ ଜାତିସଂଘ ୧୯୭୨, ଜୁନ୍‌ ୫ରେ ବିଶ୍ବ ପରିବେଶ ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିଲା ।

Latest Posts

Don't Miss