spot_img

Latest Posts

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶ ମାର୍ଗରୁ ବାତ୍ୟା ‘ବୁଲବୁଲ୍’ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସାରି ଫେରିବା ପରେ ଲୋକସେବା ଭବନରେ ସମୀକ୍ଷା କରିଛନ୍ତି । କ୍ଷୟକ୍ଷତି ଓ ପୁନରୁଦ୍ଧାର ନେଇ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି । ବାତ୍ୟାରେ କ୍ଷତିଗ୍ରସ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଜିଲ୍ଲାସ୍ତରୀୟ ଅଧିକାରୀ ଓ ସେଣ୍ଟ୍ରାଲ ଡିଭିଜନ ଆରଡିସି ଏହି ଭିଡିଓ କନଫରେନ୍ସିଂରେ ଉପସ୍ଥିତ ଥିଲେ । ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଏସଆରସି ପ୍ରଦୀପ ଜେନା, ବିପର୍ଯ୍ୟୟ ପରିଚାଳନା ସଚିବ ନିକୁଞ୍ଜ ଧଳ, ସ୍ୱାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା, ସେସୁ ସିଏମଡି ଅରୁଣ ବୋଥ୍ରା, ଶକ୍ତି ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ଅନ୍ୟପଟେ ଆସନ୍ତା ୧୪ରେ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍ । ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ବାତ୍ୟା ‘ବୁଲବୁଲ’ ପ୍ରଭାବିତ ଜିଲ୍ଲାଗୁଡ଼ିକୁ କେନ୍ଦ୍ରୀୟ ଟିମ୍ ଗସ୍ତ କରିବେ । ଟିମ୍ ଆସିବା ପୂର୍ବରୁ କ୍ଷୟକ୍ଷତି ଆକଳନ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।୍ ')}

Latest Posts

Don't Miss