spot_img

Latest Posts

ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହ 5T ସଚିବଙ୍କ ଆଲୋଚନା, ୩-ଏସ୍ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ । ଏହି ଅବସରରେ ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ଫାଇଭ-ଟି ସଚିବ । ୩-ଏସ୍ ସୁରକ୍ଷା, ସୁବିଧା ଓ ସମ୍ମାନ ଉପରେ 5T ସଚିବ ଗୁରୁତ୍ବ ଦେଇଛନ୍ତି । ଯାତ୍ରୀ ମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ ଲକ୍ଷ୍ମୀ ବସ କର୍ମଚାରୀ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।

ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରବ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ । ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ । ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ ।

ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ। ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳରେ ଲକ୍ଷ୍ମୀ ବସ୍ ଗଡିବ । ଆସନ୍ତା ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ । ଲକ୍ଷ୍ମୀ ଯୋଜନାରେ ବସ୍ ଗୁଡିକ ପଞ୍ଚାୟତରୁ ବ୍ଲକ୍ ଓ ବ୍ଲକ୍ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।

Latest Posts

Don't Miss