spot_img

Latest Posts

5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ

ଭୁବନେଶ୍ୱର : 5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା

ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରି, କର୍ମଚାରୀ ମାନେ ବେଶ ଉତ୍ସାହିତ ହୋଇଛନ୍ତି। ଆଗାମୀ ଦିନରେ ଓଡିଶା ବିକାଶକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାକୁ ସାକାର କରିବାରେ ଲାଗିଛନ୍ତି 5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍। ବିଭିନ୍ନ କର୍ମଚାରୀ ସଂଘର କର୍ମକର୍ତ୍ତା ତାଙ୍କୁ ଭେଟିବା ସହ, ଆଗାମୀ ଦିନରେ ସେମାନଙ୍କ ସମସ୍ୟାର ସମାଧାନ ହେବ ବୋଲି ଆଶା ରଖିଛନ୍ତି।

Latest Posts

Don't Miss