spot_img

Latest Posts

ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ, ଆନନ୍ଦ ଭବନରୁ ବାହାରିବ ବିଶାଳ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । ଏହି ଅବସରରେ ଗଣଦୌଡ଼ ସହ ସାଇକେଲ ରାଲି ପରି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏଁ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ।

ସେହିପରି ଶଙ୍ଖ ଭବନ ସମେତ ବିଭିନ୍ନ ସ୍ଥାନରେ ମେଗା ରକ୍ତଦାନ ଶିବିରର ଆୟୋଜନ କରାଯାଉଛି । ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହୋଇଥିବା ବିଜେଡି ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶର ଆଭିମୁଖ୍ୟ ନେଇ କାମ କରୁଥିବାରୁ ବାରମ୍ବାର ଜନ ଆର୍ଶୀବାଦ ଲାଭ କରିଛି । ୨୬ ବର୍ଷ ଭିତରେ ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ବିଜେଡି ରାଜନୈତିକ କାର୍ଯ୍ୟକ୍ରମ ସହିତ ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳମାନଙ୍କ ଭିତରେ ସ୍ବତନ୍ତ୍ର ସ୍ଥାନ ପାଇଛି ।

ଯାହା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ଆଗାମୀ ଦିନରେ ରାଜ୍ୟବାସୀଙ୍କ ସେବାରେ ନିୟୋଜିତ ହୋଇଥିବା ବିକାଶଧାରାକୁ ବଜାୟ ରଖିବା ପାଇଁ ଏହା ଶକ୍ତି ଯୋଗାଇଛି। ନିର୍ବାଚନ ହେଉ କି ଉପନିର୍ବାଚନ, ସବୁଥିରେ ବିଜେଡିକୁ ମିଳିଛି ଅପୂର୍ବ ସଫଳତା। ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି।

Latest Posts

Don't Miss