spot_img

Latest Posts

ରାଜ୍ୟରେ ହାଲୁକା ଶୀତ ସହ ଘନ କୁହୁଡ଼ି ଜାରି

ଭୁବନେଶ୍ୱର: ହାଲୁକା ଶୀତ ସହ କୁହୁଡି କରିବ କଲବଲ। ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡିର ଆସ୍ତରଣ ଅନୁଭୁତ ହେବ। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଟକ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡାର ଅଧିକାଂଶ ସ୍ଥାନରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସତର୍କତା ପରେ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି। ବିଶେଷ କରି ପରିବହନ ବିଭାଗ ଏବଂ ପୋଲିସକୁ ଗାଡି ଚଳାଚଳ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଘନ କୁହୁଡି ସମୟରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହୁଥିବାରୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ତେଣୁ ବିଭିନ୍ନ ଦୁର୍ଘଟଣା ଜୋନ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଥଣ୍ଡା ପବନର ପ୍ରଭାବ କମିବା ସହ ପୂର୍ବାଳୀ ଗରମ ଶୁଷ୍କ ପବନ ପ୍ରବାହ ବଢିଛି। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବୃଦ୍ଧି ହେବା ସହ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବୃଦ୍ଧି ହୋଇଛି । ଫଳରେ ଜାଡ କମିବା ସହ ଘନ କୁହୁଡି ଦେଖାଦେଉଛି।

Latest Posts

Don't Miss