spot_img

Latest Posts

ଭାସିଲା ଭୁବନେଶ୍ବର, ଇସ୍କନ ମନ୍ଦିର ସାମନାରେ ବୁଡିଲା ବସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା । ଘଡଘଡି ବିଜୁଳି ସହ ବର୍ଷା ଜାରି । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ନନଷ୍ଟପ୍ ଛେଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି  । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉପାନ୍ତ ରୁ ଉପକୂଳ ପ୍ରବଳ ବର୍ଷିବ ।

ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଆସନ୍ତା ୪ ଦିନ ଯାଏଁ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ କେତେକାଂଶରେ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୪ ଘଣ୍ଟା ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୨୭ ତାରିଖରେ ରାଜ୍ୟର ଅନେକ ଅଞ୍ଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ଓ ୨୯ ଜୁନରେ କୋହଲା ପାଗ ସହ ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Latest Posts

Don't Miss