spot_img

Latest Posts

ଆଜିଠାରୁ ଚାରିଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ

ପୁରୀ: କାର୍ତ୍ତିକ ବ୍ରତ ସମାପନ ପରେ ଆଜିଠାରୁ ଶ୍ରୀମନ୍ଦିର ଚାରିଦ୍ବାରରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଶ୍ରଦ୍ଧାଳୁମାନେ ସିଂହଦ୍ଵାର ବ୍ୟତୀତ ଅନ୍ୟ ୩ ଦ୍ବାରରେ ହିଁ ପ୍ରସ୍ଥାନ କରିବେ। ସିଂହଦ୍ବାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ବାରରେ ପ୍ରବେଶ ତଥା ପ୍ରସ୍ଥାନ କରିପାରିବେ।

ଶ୍ରୀମନ୍ଦିର ନାଟମଣ୍ତପ ଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ ବୋଲି ଜଣାପଡିଛି। କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ କାର୍ତ୍ତିକ ମାସରେ ନୀତିକାନ୍ତି ସମ୍ପାଦନ,ଦର୍ଶନ ଶୃଙ୍ଖଳା ତଥା ଭିଡ ନିୟନ୍ତ୍ରଣ ବ୍ୟବସ୍ଥାରେ ସହଯୋଗ ପାଇଁ ସେବକ ନିଯୋଗ, ଶ୍ରୀମନ୍ଦିର ତଥା ଜିଲ୍ଲା ଏବଂ ପୋଲିସ ପ୍ରଶାସନର ସମସ୍ତ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ସହ ବିଶେଷ କରି ମହାପ୍ରଭୁଙ୍କ ଅଗଣିତ ଭକ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ।

Latest Posts

Don't Miss