ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ ; ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
1 min read
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ । କଳାହାଣ୍ଡି ଧର୍ମଗଡକ ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ । ୨୦୨୧ ବ୍ୟାଚ୍ IAS ହେଉଛନ୍ତି ଧୀମାନ ଚକମା । ସ୍ଥାନୀୟ ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିଲେ ଉପଜିଲ୍ଲାପାଳ । ଲାଞ୍ଚର ପ୍ରଥମ କିସ୍ତି ଭାବେ ୧୦ ଲକ୍ଷ ଟଙ୍କା ନେଉଥିବାବେଳେ ଧରିଲା ଭିଜିଲାନ୍ସ । ଲାଞ୍ଚ ନଦେଲେ ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନର ଧମକ ଦେଇଥିଲେ ଉପଜିଲ୍ଲାପାଳ ।
ଅଭିଯୋଗକାରୀଙ୍କୁ ଧର୍ମଗଡ଼ସ୍ଥିତ ତାଙ୍କର ସରକାରୀ ସରକାରୀ ବାସଭବନକୁ ଡାକି ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ଏହା ପରେ ତାଙ୍କ ସରକାରୀ ବାସଭବନରେ ଯାଞ୍ଚ କରାଯିବା ବେଳେ ଆହୁରି ନଗଦ ୪୭ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏ ସମ୍ପର୍କରେ ଭିଜିଲାନ୍ସ ସେଲ୍ ପିଏସ୍ କେସ୍ ନମ୍ବର ୬/୨୦୨୫, ୭ପିସି ଆଇନ, ୧୯୮୮ ପିସି (ସଂଶୋଧନ) ଆଇନ, ୨୦୧୮ ଦ୍ୱାରା ପଞ୍ଜୀକୃତ ହୋଇଛି। ଘଟଣାର ଅଧିକ ତଦନ୍ତ ପାଇଁ ରାତିରେ ଶ୍ରୀ ଚକ୍ମାଙ୍କୁ ଭବାନୀପାଟଣା ଅଣାଯାଇଥିବା ଭିଜିଲାନ୍ସ ସୂଚନା ଦେଇଛି। ଏହି ଟଙ୍କା ବାଦ ଉପଜିଲ୍ଲାପାଳଙ୍କ ଘରୁ ଆହୁରି ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି । ଆହୁରି ତଲାସି ଜାରି ରହିଛି ।
ସୂଚନାଯୋଗ୍ୟ, ୨୦୨୧ ବ୍ୟାଚ୍ର ଓଡ଼ିଶା କ୍ୟାଡର୍ ଆଇଏଏସ୍ ଶ୍ରୀ ଚକ୍ମା ତ୍ରିପୁରାର ଏକ ଆଭ୍ୟନ୍ତରୀଣ ଅଞ୍ଚଳ କାଞ୍ଚନପୁରର ବାସିନ୍ଦା। ତାଙ୍କ ବାପା ଜଣେ ସ୍କୁଲ ଶିକ୍ଷକ। ଅଗରତାଲା ଏନ୍ଆଇଟିରୁ କମ୍ପ୍ୟୁଟର ସାଇନ୍ସରେ ଡିଗ୍ରି ହାସଲ କରିବା ପରେ ଶ୍ରୀ ଚକ୍ମା ୟୁପିଏସ୍ସି ପରିଚାଳିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ।