spot_img

Latest Posts

ଭଦ୍ରକରେ ୨୪ ଘଣ୍ଟା ପାଇଁ ବନ୍ଦ ରହିଲା ଇଣ୍ଟରନେଟ ସେବା ବନ୍ଦ

ନନ୍ଦିଘୋଷ ବ୍ୟୁରୋ: ଭଦ୍ରକରେ ଇଣ୍ଟରନେଟ ସେବା ବନ୍ଦ। ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିଲା ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା କାରଣରୁ ଆଜି ସକାଳ ୬ରୁ କାଲି ସକାଳ ପର୍ଯ୍ୟନ୍ତ ଏହି ଇଣ୍ଟରନେଟ ସେବା ବନ୍ଦ କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଭଦ୍ରକ ମୁନିସିପାଲିଟି, ଭଦ୍ରକ ବ୍ଲକ, ଧାମନଗର ଏନଏସି, ଧାମନଗର ବ୍ଲକ ଓ ତିହିଡି ବ୍ଲକରେ ବନ୍ଦ ରହିଛି ଇଣ୍ଟରନେଟ। ଏହା ସହିତ ୨୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ଏସପି ମନୋଜ ରାଉତ ସୂଚନା ଦେଇଛନ୍ତି।

ତିହିଡି ଥାନାରେ ଗତ ମେ ମାସ ୩୦ ତାରିଖରେ ରୁଜୁ ହୋଇଥିବା ମାମଲା 197/25କୁ ନେଇ ଏପରି ନିଷ୍ପତ୍ତି ନିଆଯାଇଛି। ଘଟଣାରେ ସଂପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଓ ଜାରି ରଖିଛି। ତିହିଡି ଥାନା କଷଟି ଗୁଜିଦାରଡ଼ା ଅଞ୍ଚଳରେ ଏକ ବିବାଦକୁ ନେଇ ଜଣେ ବ୍ୟକ୍ତି ଗୁରୁତର ହୋଇ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ଗତକାଲି ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Latest Posts

Don't Miss