ତୁହାକୁ ତୁହା ଭିଜିବ ଓଡ଼ିଶା, ପୁଣି ୧୮ ତାରିଖ ବେଳକୁ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା
1 min read
ଭୁବନେଶ୍ବର : ଆଜିଠୁ ବଢିବ ମୌସୁମି ଜନିତ ବର୍ଷାର ପରିମାଣ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ରହିଛି । ତେବେ ୧୮ ତାରିଖ ବେଳକୁ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ମସୁମୀକୁ ସକ୍ରିୟ କରିବାରେ ସହାୟତା କରିବ । ଫଳରେ ବର୍ଷାରୁ ନିସ୍ତାର ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୦ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟ ନବରଙ୍ଗପୁର,କନ୍ଧମାଳ, କଳାହାଣ୍ତି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି I ଫଳରେ ତାପାମାତ୍ର ଦୁଇରୁ ତିନି ଡିଗ୍ରୀ କମିବ ବୋଲି କହିଛି ପାଣିପାଗ କେନ୍ଦ୍ର ।