ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ତୃତୀୟ ବନ୍ୟାଜଳ

ନନ୍ଦିଘୋଷ ବ୍ୟୁରୋ: କଟକ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ତୃତୀୟ ବନ୍ୟାଜଳ। ଏବେ ପର୍ଯ୍ୟନ୍ତ ହୀରାକୁଦ ଜଳଭଣ୍ଡାରରେ ୧୨ଟି ଗୋଟ ଖୋଲିବା ପରେ ମହାନଦୀରେ ବଢୁଛି ଜଳସ୍ତର। ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି। ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ସ୍ଥାନାନ୍ତର କରାଯିବ। ସେଥିପାଇଁ ମାଆ ଭଟ୍ଟାରିକାଙ୍କ ସେବାୟତ ଓ ପ୍ରଶାସନ ସଜାଗ ରହିଛନ୍ତି। ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନ ଘଟେ, ସେଥିପାଇଁ ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।