୩ ପ୍ରତିଶତ ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି । ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।