ନନ୍ଦିଘୋଷ ବ୍ୟୁରୋ : ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୂମିକମ୍ପ । ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରହିଥିଲା । ଏପର୍ଯ୍ୟନ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମରେ ୨୮ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।
ୟୁଏସଜିଏସ ଅନୁଯାୟୀ, ସୋମବାର ସ୍ଥାନୀୟ ସମୟ ରାତି ୧୨.୫୯ ମିନିଟରେ ଭୂମିକମ୍ପ ହୋଇଥିଲା। ଅଧିକାଂଶ ଲୋକ ଶୋଇଥିଲେ କିମ୍ବା ରାତି ପାଇଁ ପ୍ରସ୍ତୁତ ହେଉଥିଲେ । ଯେତେବେଳେ ହଠାତ୍ ଭୂମିକମ୍ପ ଲୋକମାନେ ଭୟଭୀତ ହୋଇଗଲେ ।
ପୂର୍ବରୁ ଅକ୍ଟୋବର ୨୨ ତାରିଖରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ୫.୧ ତୀବ୍ରତା ଥିବା ରିପୋର୍ଟ ଜଣାପଡିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୨୪୪ କିଲୋମିଟର ଗଭୀରତାରେ ଥିଲା। ରାଜଧାନୀ କାବୁଲରେ ମଧ୍ୟ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା।

