spot_img

Latest Posts

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ପାଇଁ ରାସ୍ତାରେ ଷ୍ଟେଜ୍ କରାଯିବାକୁ ନେଇ ବର୍ଷିଲା ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ପାଇଁ ରାସ୍ତାରେ ଷ୍ଟେଜ୍ କରାଯିବାକୁ ନେଇ ବର୍ଷିଲା ବିଜେଡି

ନନ୍ଦିଘୋଷ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ ଶୋ’ ପାଇଁ ରାସ୍ତାରେ ବିଜେପିର ଷ୍ଟେଜ କରାଯିବା ପ୍ରସଙ୍ଗକୁ ନେଇ ବର୍ଷିଲା ବିଜେଡି । ଗତକାଲି ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋରେ ହଜାର ହଜାର ଲୋକଙ୍କୁ ଦେଖି ଭୟଭୀତ ହୋଇ ତରବରିଆ ଭାବେ ରୋଡ ଶୋ କରୁଛନ୍ତି । ଶାସନ ପ୍ରଶାସନର ସହାୟତାରେ ରାସ୍ତା ମଝିରେ ଷ୍ଟେଜ କରିଛନ୍ତି । ୯୦ ଭାଗ ରାସ୍ତା ବନ୍ଦ କରି ଷ୍ଟେଜ କରିଛନ୍ତି । ୱାର୍କିଂ ଡେ’ ରେ ଏଭଳି କରିବା ଦ୍ୱାରା ଲୋକେ ବହୁ ହଇରାଣ ହେଉଛନ୍ତି । ପ୍ରଶାସନକୁ ଜଣାଇବା ପରେ ବି ସେମାନେ ଶୁଣିବାକୁ ନାରାଜ। ଜିଲ୍ଲାପାଳଙ୍କୁ ବାରମ୍ବାର ଫୋନ କରିବା ପରେ ବି ସେ ଫୋନ ଉଠାଉନାହାନ୍ତି । ନିର୍ବାଚନ ପର୍ଯ୍ୟବେକ୍ଷକମାନେ ମଧ୍ୟ ଫୋନ ରିସିଭ କରୁ ନାହାନ୍ତି । ଯଦି ପ୍ରତିନିଧିଙ୍କୁ ନ ଭେଟିବେ ତା’ହେଲେ କାହିଁକି ପର୍ଯ୍ୟବେକ୍ଷକ ଅଛନ୍ତି ବୋଲି ପ୍ରଶ୍ନ କରିଛି ଦଳ ।

ବେଆଇନ କାମ କରି ରାସ୍ତାକୁ ବନ୍ଦ କରି ମିଟିଂ କରୁଛନ୍ତି । ଜିଲ୍ଲାପାଳ, ଏସପି ଶାସକ ଦଳର ଏଜେଣ୍ଟ ଭଳି କାମ କରୁଛନ୍ତି । ଏଭଳି ପରିସ୍ଥିତି କେବେ ଦେଖାଯାଇ ନଥିଲା । ଅଭିଯୋଗ ନ ଶୁଣିବା କେବେ ଦେଖିବାକୁ ମିଳି ନଥିଲା । ଏକତରଫା ନିର୍ବାଚନ କରିବାକୁ ଉଦ୍ୟମ ହେଉଛି । ଭୟର ବାତାବରଣ ସୃଷ୍ଟି ପାଇଁ ଉଦ୍ୟମ ହେଉଛି । ବିଜେଡି ପୋଷ୍ଟର ବ୍ୟାନର ହଟାଯାଇ ବିଜେପି ପୋଷ୍ଟର ଲଗାଯାଉଛି । ପ୍ରଶାସନ ବ୍ୟାନର ପୋଷ୍ଟର ଲଗାଉଛି । ଯାହାକୁ କଡା ନିନ୍ଦା କରିଛି ବିଜେଡି ।

ଦଳ ପକ୍ଷରୁ କୁହାଯାଇଛି, ସେମାନେ ଜାଣିସାରିଲେଣି ସେମାନଙ୍କ ଲୋକପ୍ରିୟତା ନାହିଁ । ମୋହନ ମାଝୀଙ୍କ ସଭାରେ ଲୋକ ହେଉ ନାହାଁନ୍ତି । ରାସ୍ତା ବ୍ଲକ କରି ଭିଡ଼ ଦେଖାଇବାକୁ ଉଦ୍ୟମ କରାଯାଉଛି । ବିଜେପି ନେତା ମନ୍ତ୍ରୀଙ୍କୁ ଲୋକେ ଚିହ୍ନୁ ନାହାଁନ୍ତି ।  ସେଥିପାଇଁ ଜବରଦସ୍ତ ଅନ୍ୟ ଜିଲ୍ଲାରୁ ପ୍ରଶାସନକୁ ଲଗାଇ ଲୋକଙ୍କୁ ଅଣାଯାଉଛି । ଜବରଦସ୍ତ ଲୋକପ୍ରିୟତା ଆସେ ନାହିଁ ବୋଲି କଟାକ୍ଷ କରିଛି ବିଜେଡି ।

Latest Posts

Don't Miss