spot_img

Latest Posts

ଶ୍ରୀମନ୍ଦିରରେ ଆଜି ଠାରୁ ଦେବଦୀପାବଳି ନୀତି

ନନ୍ଦିଘୋଷ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ଠାରୁ ଦେବଦୀପାବଳି ନୀତି । ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଅନୁଷ୍ଠିତ ହେବ। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ପ୍ରଦାନ କରିବାର ବିଧି ରହିଛି। ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି ଦୀପାବଳି ଦିନ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି ଠିକ ସେହିପରି ମହାପ୍ରଭୁ ଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି । ଏହି ତିନି ଦିନ ଶ୍ରୀଜିଉ ମାନେ ଶ୍ରାଦ୍ଧବେଶରେ ସଜ୍ଜିତ ହୋଇ ସତ୍ୟଯୁଗର ଅଦିତି ଓ କଶ୍ୟପ, ତ୍ରେତୟା ଯୁଗର କୌଶଲ୍ୟା ଓ ଦଶରଥ ତଥା ଦ୍ୱାପର ଯୁଗର ଦେବକୀ ଓ ବସୁଦେବ ଏବଂ ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିବେ।

Latest Posts

Don't Miss