ନନ୍ଦିଘୋଷ ବ୍ୟୁରୋ : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୧ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୨ ତାରିଖ ବେଳକୁ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସହ ପଶ୍ଚିମ ଉତ୍ତର ଦିଗରେ ଗତି କରି ତାହା ଅଧିକ ଘନୀଭୂତ ହେବ । ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ସେପଟେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଟୁଇଟ କରି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାସ । ସେପଟେ ରାଜଧାନୀ ଭୁବନେଶ୍ୱରରେ ବଢିଲା ରାତ୍ରି ତାପମାତ୍ରା । ୧୮ ଏବଂ ୧୯ ତାରିଖରେ ଆକାଶ ପ୍ରାୟ ମେଘ ଶୂନ୍ୟ ଥିବା ବେଳେ ବାଦଲ ଆଛାଦାନ ହେତୁ ତାପମାତ୍ରା ଵୃଦ୍ଧି ଘଟିଛି । ଆଜି ସକାଳ ସୁଦ୍ଧା ୨୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

