ନନ୍ଦିଘୋଷ ବ୍ୟୁରୋ : ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ । ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ ସ୍ପେଶାଲ ଟାକ୍ଟିକାଲ ୟୁନିଟ । କଟକରେ ୭୪ ପ୍ଲାଟୁନ ଫୋର୍ସ ଓ ଭୁବନେଶ୍ୱର ରେ ୨୨ ପ୍ଲାଟୁନ ଫୋର୍ସ ରହିବେ । ସୁରକ୍ଷା ବେଳେ ଏରିଏଲ ସର୍ଭେ କରାଯିବ । ଆଜି ଓ କାଲି ଭୁବନେଶ୍ୱର ଆସିବେ ଖେଳାଳି । ସେଥିପାଇଁ ଏୟାରଫୋର୍ଟ ଠାରୁ ଆରମ୍ଭ କରି ହୋଟେଲ ଓ ହୋଟେଲରୁ ଆରମ୍ଭ କରି ଷ୍ଟାଡିୟମ ପର୍ଯ୍ୟନ୍ତ ରହିବ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ଯିବା ଆସିବା ବାଟ, ଷ୍ଟାଡିୟମ ଓ ଷ୍ଟାଡିୟମ ଭିତରେ ନଜର ରଖିବ ଡ୍ରୋନ୍ । ଏହି କ୍ୟାମେରାଗୁଡ଼ିକ କଣ୍ଟ୍ରୋଲ ରୁମ୍ ସହିତ ସଂଯୋଗ କରାଯାଇ ସେଠାରୁ ନିୟନ୍ତ୍ରଣ କରାଯିବ । ପୋଲିସ ସହିତ ମେଡିକାଲ୍ ଟିମ୍ ଓ ଅଗ୍ନିଶମ ଟିମ୍ ନିୟୋଜିତ ହେବେ । ବକ୍ସିବଜାର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଏକ ୬ ଜଣିଆ ଟିମ୍ ନିୟୋଜିତ ହେବେ । ଏଥିରେ ଗୋଟିଏ ଅଗ୍ନିଶମ ଗାଡ଼ି ରହିବ । ହଜାର ହଜାର କ୍ରୀଡ଼ା ପ୍ରେମୀ ଏକାଠି ହେବାକୁ ଥିବା ବେଳେ କୌଣସି ଅଘଟଣ ଏଡ଼ାଇବାକୁ ଉଭୟ ଅଗ୍ନିଶମ ଓ ଡାକ୍ତରୀ ଟିମ୍ ସଜାଗ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର୍ ।

