spot_img

Latest Posts

ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ନଥିଲେ ପେଟ୍ରୋଲ ପମ୍ପରେ ମିଳିବନି ତେଲ

ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ନଥିଲେ ପେଟ୍ରୋଲ ପମ୍ପରେ ମିଳିବନି ତେଲ

ନନ୍ଦିଘୋଷ ବ୍ୟୁରୋ: ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC) ନଥିଲେ ତେଲ ମିଳିବ ନାହିଁ । ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯାଉଛି । ତେଲ ବିକ୍ରୟକାରୀ କମ୍ପାନୀଗୁଡ଼ିକୁ ଚିଠି ଲେଖିଲା ବାଣିଜ୍ୟ ଓ ପରିବହନ ବିଭାଗ ।

ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଟି କରୁଥିବା ଯାନ ଉପରେ ଲାଗିବ ଅଙ୍କୁଶ । ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ନେଉଛି । ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିବ, କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ । ଏଥିପାଇଁ ଗାଡ଼ିଗୁଡିକୁ ନିୟମିତ ବ୍ୟବଧାନରେ ପଞ୍ଜିକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ । ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି । ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ବଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ । ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ । ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ ।

Latest Posts

Don't Miss