ନନ୍ଦିଘୋଷ ବ୍ୟୁରୋ : ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର- PUCC ନଥିଲେ ତେଲ ମିଳିବ ନାହିଁ । ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯାଉଛି। ତେଲ ବିକ୍ରୟକାରୀ କମ୍ପାନୀଗୁଡ଼ିକୁ ଚିଠି ଲେଖିଲା ବାଣିଜ୍ୟ ଓ ପରିବହନ ବିଭାଗ। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଟି କରୁଥିବା ଯାନ ଉପରେ ଲାଗିବ ଅଙ୍କୁଶ। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗର ପଦକ୍ଷେପ। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିବ, କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ। ଏଥିପାଇଁ ଗାଡ଼ି ଗୁଡିକୁ ନିୟମିତ ବ୍ୟବଧାନରେ ପଞ୍ଜିକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟ୍ ରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ବଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ । ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ।

