ଗାଁ ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି

1 min read

ଭୁବନେଶ୍ୱର : ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ବ୍ୟାଙ୍କିଙ୍ଗ  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।Ama Gaon Ama Bikash Bargarh | Ama Gaon Ama Bikash | Naveen Patnaik - YouTube

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। ସେ କହିଥିଲେ ଯେ ଗଞ୍ଜାମ ଜିଲ୍ଲା ଦେଶର ସମସ୍ତ ଜିଲ୍ଲାମାନଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏକ ନମ୍ବର ଜିଲ୍ଲା ଭାବରେ ଭାରତ ସରକାରଙ୍କଠାରୁ ପୁରସ୍କାର ପାଇଛି। ସେହିପରି ହିଞ୍ଜିଳି ବ୍ଲକ ମଧ୍ୟ ଦେଶର ସମସ୍ତ ବ୍ଲକମାନଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏକ ନମ୍ବର ବ୍ଲକ ଭାବରେ ଭାରତ ସରକାରଙ୍କଠାରୁ ପୁରସ୍କାର ପାଇଛି। ଏଥିପାଇଁ ସେ ଗଞ୍ଜାମବାସୀଙ୍କୁ ଧନ୍ୟବାଦ ଦେଇଥିଲେ ।Maa Tara Tarini Temple: A Popular Pilgrimage Destination in Odisha

ଗଞ୍ଜାମ ସାରା ଭାରତବର୍ଷକୁ ବିକାଶର ରାସ୍ତାରେ ପ୍ରେରିତ କରିଛି ବୋଲି ସେ କହିଥିଲେ। ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସେ କହିଥିଲେ ଯେ ଓଡିଶାରେ ଏବେ ରୂପାନ୍ତରର ଯୁଗ ଚାଲିଛି। ବିକାଶକୁ ଏବେ ଦେଖି ହେଉଛି, ଅନୁଭବ ମଧ୍ୟ କରି ହେଉଛି।