ରଥ ଉପରେ ଆଜି ଅଧରପଣା ନୀତି: ଚଣ୍ଡୀ-ଚାମୁଣ୍ଡା ଓ ଅଶରୀରୀମାନଙ୍କୁ ସମର୍ପିତ ହେବ ପଣା

1 min read

ପୁରୀ: ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି  । ରଥ ଉପରେ ବିଗ୍ରହଙ୍କ ସାମ୍ନାରେ ସମ୍ପନ୍ନ ହେବ ନୀତିକାନ୍ତି  । ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁସାରେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁମାନଙ୍କର ଦକ୍ଷିଣାଭିମୁଖୀ ଯାତ୍ରା ସମାପ୍ତି ପରେ ଅଧରପଣା ନୀତି ନେଇ ଉଲ୍ଲେଖ ରହିଛି । ରଥରୁଢ ଦିଅଁମାନଙ୍କ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ଅଧର ଉଚ୍ଚ ମାଟି ହାଣ୍ଡି ରେ ଏହି ପଣା ଦିଆଯାଉଥିବାରୁ ଏହାକୁ ଅଧର ପଣା କୁହାଯାଏ । ଅଧରପଣା ଭୋଗ ବିଧିତ ପ୍ରାୟ ୪୫୦ରୁ ଅଧିକ ପୁରୁଣା ବୋଲି କୁହାଯାଏ । ପୂର୍ବରୁ ଦଶମୀ, ଏକାଦଶୀ ଓ ଦ୍ୱାଦଶୀରେ ତିନିଥର ଠାକୁରଙ୍କ ଅଧରପଣା ନୀତି ହେଉଥିଲା ବୋଲି ସଂସ୍କୃତିଗବେଷକ କହନ୍ତି । କିନ୍ତୁ ବର୍ତ୍ତମାନ ଏହା କେବଳ ଥରେ ହିଁ କରାଯାଉଛି । ପଣାରେ ଲାଗୁଥିବା ସମସ୍ତ ସାମଗ୍ରୀ ପୁରୀର ବଡ ଓଡିଆ ମଠ ଓ ରାଘବଦାସ ମଠ ଯୋଗାଇଥାନ୍ତି । ସିଂହଦ୍ୱାର ନିକଟସ୍ଥ କୂପରୁ ଅଧରପଣା ନୀତି ପାଇଁ ପାଣି ଆସିଥାଏ । ଶାସ୍ତ୍ରଜ୍ଞଙ୍କ ମତରେ ରଥରେ ଅବସ୍ଥାନ କରୁଥିବା ଚଣ୍ଡୀ-ଚାମୁଣ୍ଡାଙ୍କ ପାଇଁ ଏହି ଅଧରପଣା ନୀତି ହୋଇଥାଏ । ଫଳରେ ସେମାନେ ଶାନ୍ତି ହୋଇ ନିଜ ସ୍ଥାନ ଫେରିଥାନ୍ତି ।  ଆଜିର ଏହି ନୀତି ପରେ ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ ।

ଏଥିସହିତ ପଢ଼ନ୍ତୁ: ମାସ୍କ ପିନ୍ଧିନଥିଲେ, କହିବାରୁ.. ସାମ୍ବାଦିକଙ୍କୁ ପିଟିଲେ ମହିଳା କନଷ୍ଟେବଳ

Leave a Reply