ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ସଂକ୍ରମିତ

1 min read

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ଏଥିସହ ଆରୋଗ୍ୟ ହେବାରେ ଲାଗିଛନ୍ତି ସଂକ୍ରମିତ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୦ ଜଣଙ୍କ ଠାରେ କରୋନା ଚିହ୍ନଟ ହୋଇଛି । ଅନ୍ୟପଟେ ୧୪୯ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବା କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ୧୪୯ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୨୮୨କୁ ବୃଦ୍ଧି ପାଇଛି । ଆଜି ଗଞ୍ଜାମରୁ ସର୍ବାଧିକ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗିରରୁ ୧୧, ଜଗତସିହଂପୁରରୁ ୮, ବାଲେଶ୍ୱର, ଯାଜପୁର ଓ ନୟାଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ମୋଟ ସୁସ୍ଥ ସଂଖ୍ୟା ବୃଦ୍ଧି ପାଇ ୨୨୮୨ରେ ପହଞ୍ଚିଛି । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି ପାଇଛି । ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ୧୭ ଜିଲ୍ଲାରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ… ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩ ୨୫୦କୁ ବୃଦ୍ଧି

Leave a Reply