ଗତ ୨୪ଘଣ୍ଟାରେ ୩ହଜାର୨୦୭ କରୋନା ସଂକ୍ରମିତ ଚିହ୍ନଟ, ୨୯ଜଣ ମୃତ

1 min read

ନୂଆଦିଲ୍ଲୀ: କରୋନାର ଭୟାବହତା ପୂର୍ବଭଳି ନଥିଲେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯ଜଣଙ୍କ ମୃତ୍ୟୁ ହୋଇଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୯ମୃତ୍ୟୁକୁ ମିଶାଇ ଭାରତରେ ମୋଟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୯୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୪୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ହେଉଛି ୪,୨୫,୬୦,୯୦୫ । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୧୦,୨୯,୮୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୬,୭୭୬ଟି ନମୁନା।

ଏଥିସହିତ ପଢ଼ନ୍ତୁ: ଏଣିକି ଶୋଇବାକୁ ଅଫିସରେ ମିଳିବ ଅଧଘଣ୍ଟା ସମୟ