ରାଜ୍ୟରେ ଆଉ ୫୨୯ଜଣ କରୋନା ସଂକ୍ରମିତ ଚିହ୍ନଟ: ରାଜଧାନୀରୁ ଦୈନିକ ୨୦୦ରୁ ୩୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି

1 min read

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୬୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୬୭୩ ଜଣକୁ ବୃଦ୍ଧି ପାଇଛି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି ।

ଅପରପକ୍ଷରେ  ରାଜଧାନୀରେ ପ୍ରତେକ ଦିନ ୨୦୦ ରୁ ୩୦୦ ଭିତରେ ସଂକ୍ରମଣ ରହିଆସୁଛି । ଏମିତି କି କିଛି ମାତ୍ରାରେ ଆର ଭ୍ୟାଲୁ ବଢିଛି। ହେଲେ ହସ୍ପିଟାଲ ଆଡ଼ମିଶନ ଗୁରୁତର ରୋଗୀ ସଂଖ୍ୟା କମିଛି। ଏହାସହ ଭେଣ୍ଟିଲେଟରରେ ଆଡ଼ମିଟ ସଂଖ୍ୟା ୧୦ ପ୍ରତିଶତରୁ କମ୍ ଅଛି । ଆଇସିୟୁରେ ଛୋଟ ପିଲା ଆଡ଼ମିଶନ ସଂଖ୍ୟା ୧ ପ୍ରତିଶତରୁ କମ୍ ଅଛି । ତେଣୁ ଆମେ ଏବେ ଭଲ ସ୍ଥିତିରେ ରହିଛୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡ. ବିଜୟ ମହାପାତ୍ର ।

ରାଜ୍ୟରେ ୩ ମାସ ହେଲାଣି ଦେଖା ଯାଉଛି ସଂକ୍ରମଣ ତଳ ଉପର ହେଉଛି। ଏଭଳି ସ୍ଥିତିରେ କିଭଳି ଟ୍ରାନ୍ସମିଶନ କୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ । ପାର୍ବଣ ପାଇଁ କିଛି ଦିନ ହେଲା ଭିଡ଼ ଲାଗି ରହିଛି ଯାହାକି ବହୁତ ଉଦ୍‌ବେଗଜନକ । ତେବେ ବର୍ତ୍ତମାନ ସମୟରେ ୧୦୦ ରୁ ୮୦ ଜଣ ଲକ୍ଷଣ ବିହୀନ ।

Leave a Reply