spot_img

Latest Posts

ରାଜ୍ୟରେ ଆଉ ୫୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ ରେ ପହଞ୍ଚିଛି । ତେବେ ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୭ ଜଣ ପଜିଟିଭ ରହିଛନ୍ତି।

୨୦ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୦୫ ଜଣ,କଟକରୁ ୪୧ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ, ସମ୍ବଲପୁରରୁ ୧୭ ଜଣ, ମୟୂରଭଞ୍ଜରୁ ୧୫ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ, ବାଲେଶ୍ବରରୁ ୧୦ ଜଣ, ଭଦ୍ରକରୁ ୮ ଜର, ବୌଦ୍ଧରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Latest Posts

Don't Miss