spot_img

Latest Posts

ଆଉ ଜଣେ ଠକ ଡାକ୍ତର ଗିରଫ ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ

ନନ୍ଦିଘୋଷ ବ୍ୟୁରୋ : ଆଉ ଜଣେ ଠକ ଡାକ୍ତର ଗିରଫ । ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ କରିଥିଲା ନକଲି ଡାକ୍ତର । ଅଭିଯୋଗ ପରେ ନକଲି ଡାକ୍ତରଙ୍କୁ ବାନ୍ଧିଲା ପାହାଳ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ରଞ୍ଜୀବ କୁମାର ପ୍ରଧାନ । ସେ ୨୦୨୧ରେ ମାଟ୍ରିମୋନି ସାଇଟ୍‌ରେ ନିଜକୁ ଡକ୍ଟର ପ୍ରକାଶ ପ୍ରଧାନ କହିବା ସହିତ ନିଜ ସାନଭାଇ ତୁଷାର ପ୍ରଧାନଙ୍କ ସହ ବିବାହ ପାଇଁ ଅଭିଯୋଗକାରିଣୀଙ୍କ ସହ ଯୋଗାଯୋଗରେ ଆସିଥିଲା । ସାନ ଭାଇ ତୁଷାର ରାୟଗଡ଼ା SBIରେ ଡେପୁଟି ମ୍ୟାନେଜର ବୋଲି ଅଭିଯୋକାରିଣୀଙ୍କ ପରିବାରକୁ କହିଥିଲା । ବ୍ୟାଙ୍କର ବିଭିନ୍ନ ପଲିସ କରିବା ନାଁରେ ମହିଳାଙ୍କ ବାପାଙ୍କ ଠାରୁ ୨୨ଲକ୍ଷ ଟଙ୍କା ନେଇଥିଲେ । ଟଙ୍କା ନେବାପରେ ଅଭିଯୁକ୍ତ ଆଉ ଧରା ଛୁଆଁ ଦେଉନଥିବା ପରେ ଏନେଇ ପାହାଳ ଥାନାରେ ଅଭିଯୋଗ କରିଥିଲେ ମହିଳା । ତଦନ୍ତ ବେଳେ ଅଭିଯୁକ୍ତ ରଞ୍ଜୀବ କୌଣସି ଡାକ୍ତର ହୋଇନଥିବା ବେଳେ ତାଙ୍କର କୌଣସି ଭାଇନଥିବା ପୋଲିସ ଜାଣିବାକୁ ପାଇଛି ।

 

Latest Posts

Don't Miss