କୋଭାକ୍ସିନ୍‌କୁ ମଞ୍ଜୁରୀ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ: ୨ଥର ବୈଠକ ପରେ ହୋଇପାରିନି ନିଷ୍ପତ୍ତି

1 min read

ନୂଆଦିଲ୍ଲୀ: କୋଭାକ୍ସିନକୁ ଅନୁମତି ଦେବା ନେଇ ଆଜି ଆସିପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଜରୁରୀକାଳୀନ ବ୍ୟବହାର ସଂକ୍ରାନ୍ତ ତାଲିକା ବା ଇୟୁଏଲ ପ୍ରସଙ୍ଗରେ ଆଜି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ବସିବ ବୈଷୟିକ ପରାମର୍ଶଦାତା କମିଟି ବୈଠକ । ଏଥିରେ କୋଭାକ୍ସିନକୁ ଅନୁମତି ଦିଆଯିବାର ସମ୍ଭାବନା ରହିଛି ବୋଲି ଆଶା କରାଯାଉଛି ।

ଗତ ଅକ୍ଟୋବର ୨୬ ତାରିଖରେ କୋଭାକ୍ସିନ ପ୍ରସଂଗରେ ସଂଗଠନର ବୈଷୟିକ ପରାମର୍ଶଦାତା କମିଟି ବୈଠକ ବସିଥିଲା । ଏଥିରେ ଭାରତ ବାୟୋଟେକ ଠାରୁ ଅନ୍ୟାନ୍ୟ କେତେକ ତଥ୍ୟ ମଗାଯାଇଥିଲା । ଭାରତ ବାୟୋଟେକ ଦର୍ଶାଇଥିଲା ଯେ ଲକ୍ଷଣଯୁକ୍ତ କୋଭିଡ ରୋଗୀଙ୍କ କ୍ଷେତ୍ରରେ କୋଭାକ୍ସିନ ୭୭.୮ ପ୍ରତିଶତ ସଫଳତା ହାସଲ କରୁଛି ଏବଂ ଡେଲଟା ଭାରିଆଣ୍ଟ ବିରୋଧରେ ଏହା ୬୫.୨ ପ୍ରତିଶତ ସଫଳତା ପ୍ରଦର୍ଶନ କରୁଛି । କମ୍ପାନୀ ଯୁକ୍ତି ଦର୍ଶାଇଥିଲା ଯେ, କୋଭାକ୍ସିନର ସଫଳତା ଓ ପ୍ରଭାବ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ । ଦୁଇ ଥର ଧରି କୋଭାକ୍ସିନ ପ୍ରସଙ୍ଗରେ ସଂଗଠନ ବୈଠକ ବସିଥିବା ବେଳେ କୌଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇପାରି ନଥିଲା । ଭାରତରେ ଏବେ ବାୟୋଟେକର କୋଭାକ୍ସନି ଓ ଆଷ୍ଟ୍ରାଜେନେକା ଏବଂ ସେରମ ଇନଷ୍ଟିଚ୍ୟୁଟ ଓ ଅକ୍ସଫୋର୍ଡ ୟୁନିଭର୍ସିଟିର କୋଭିସିଲ୍ଡକୁ କୋଭିଡ ଟିକା ଭାବେ ବ୍ୟବହାର କରାଯାଉଛି । କୋଭିସିଲଡକୁ ବିଶ୍ବ ସ୍ୱାସ୍ଥ୍ୟ ସଂଗଠନ ଅନୁମତି ଦେଇଥିବା ବେଳେ କୋଭାକ୍ସିନ ନେଇ ନିଷ୍ପତ୍ତି ହୋଇପାରିନାହିଁ ।

ଏଥିସହିତ ପଢ଼ନ୍ତୁ: ପୁଣି ଲଟକିଲା କୋଭାକ୍ସିନ୍‌ର ଭାଗ୍ୟ: WHO ଠାରୁ ମିଳିଲାନି ଜରୁରୀକାଳୀନ ଅନୁମତି

 

Leave a Reply