spot_img

Latest Posts

ପୋଲିସ କହି ଲୋକଙ୍କୁ ଠକୁଥିଲା, ବନ୍ଧାହେଲା…

ନନ୍ଦିଘୋଷ ବ୍ୟୁରୋ: ପୋଲିସ ବେଶରେ ଲୋକଙ୍କୁ ଠକୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଯୁବକଜଣକ ନକଲି ପୋଲିସ ସାଜି ବାଇକ ଚେକିଂ ନାଁରେ ଟଙ୍କା ସଂଗ୍ରହ କରୁଥିଲା। ରବିବାର ମଧ୍ୟ ସଦର ଥାନା ଅନ୍ତର୍ଗତ ବାଲିପଦରଠାରେ ବାଇକ ଚେକିଂ ଆଳରେ ଟଙ୍କା ସଂଗ୍ରହ କରୁଥିଲା। ହେଲେ ଏଠାରେ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି ବ୍ରହ୍ମପୁର ପୋଲିସ। ଗିରଫ ନକଲି ପୋଲିସର ନାଁ କେଦାର ନାଥ ସ୍ୱାଇଁ। ତା’ଠାରୁ ଗୋଟିଏ ଖେଳନା ପିସ୍ତଲ, ଗୋଟିଏ ଯୋଡ଼ା DMS ଜୋତା, ଗୋଟିଏ ଜଙ୍ଗଲ ପ୍ୟାଚ୍ ଡ୍ରେସ୍, ପାଉଚ୍ ସହ ଜଙ୍ଗଲ ପ୍ୟାଚ୍ ବେଲ୍ଟ, ଦୁଇଟି ପି-କ୍ୟାପ୍, ଗୋଟିଏ ଫାଇବର ଲାଠି ଜବତ ହୋଇଛି। ଏହା ସହ  ମନୋଜ କୁମାର ସ୍ୱାଇଁ ଓଡ଼ିଶା ପୋଲିସ ଲେଖା ଥିବା ଏବଂ OP ଚିହ୍ନ ଥିବା ନାମ ଫଳକ, କଳା ରଙ୍ଗର ପୋଲିସ ବେଲ୍ଟ, ଆଧାର କାର୍ଡ, ପାନ କାର୍ଡ, ମୋବାଇଲ୍ ଫୋନ୍, ପୋଲିସ ପୋଷାକରେ କେଦାରନାଥ ସ୍ୱାଇଁଙ୍କ ଫଟୋଗ୍ରାଫ, ଗୋଟିଏ SBI ପାସବୁକ୍ ଆଦି ଜବତ ହୋଇଛି। ଘଟଣାର ଅଧିକ ତଦନ୍ତ ଚାଲିଥିବା ନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍ପି।

Latest Posts

Don't Miss